ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୦୮୫ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ୱର  : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୮୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୮୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

Leave A Reply

Your email address will not be published.