ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ୱର : ରାଜ୍ୟରେ କରୋନା ଥମିବାର ନାଁ ଧରୁନି । ଦିନେ କମିଲେ, ପରଦିନ ପୁଣି ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩ହଜାର ୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୨ ହଜାର ୪୦୪ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୬୭ ହଜାର୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୯୩୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.