ରାଜ୍ୟରେ ୬୯ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ଵର :ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୩୭୭ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୩ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୨୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୭୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.