ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା

0

ଭୁବନେଶ୍ୱର, : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।

କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୦ ଜିଲ୍ଲାରେ ଅଧିକ ବଜ୍ରପାତ ଘଟିବା ନେଇ ଚେତାବନୀ ଦିଆଯାଇଛି । ସେଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜାମ ।

Leave A Reply

Your email address will not be published.