ରାଜ୍ୟରେ ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ୱର: ରାଜ୍ୟରେ କରୋନା ଥମିବାର ନାଁ ଧରୁନି । ଦିନେ କମିଲେ, ପରଦିନ ପୁଣି ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ରହିଥିବା କଟକ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୪ ଜଣ, ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬ ହଜାର ୪୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୧ ହଜାର ୬୧୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୦ ହଜାର ୭୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୯୭୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.