ରାଜ୍ୟରେ ଆଉ ୬୪ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୬୬ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ,ଢେଙ୍କାନା ଓ ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୮ ହଜାର ୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୮୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୬ ହଜାର୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୬୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.