ଭୁବନେଶ୍ବର : ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିବା ବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଛନ୍ତି। ସେପଟେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ସର୍ବାଧିକ ୨୨ ଜଣ, ବରଗଡରୁ ୧୦ ଜଣ,, ବାଲେଶ୍ୱରରୁ ୮ ଜଣ, ସୁନ୍ଦରଗଡରୁ ୭ ଜଣ, ଗଞ୍ଜାମରୁ ୬ ଜଣ, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୪୯ ହଜାର ୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୭୪୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୯୨୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।