ଭୁବନେଶ୍ବର : ରାଜ୍ୟରେ ପୁଣି ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ବଢ଼ିଛି। ଏପଟେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମିବାରେ ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଛନ୍ତି। ସେପଟେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ,ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି । ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ,ଗଜପତି, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୫୪ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୨୮୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୨୭ ହଜାର ୯୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୦୫୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୦୬୬୦୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି।