ଭୁବନେଶ୍ବର : ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିବା ବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଛନ୍ତି। ସେପଟେ ଆଉ ୬୭ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୫୨ ହଜାର ୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୫୪୦ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୨୫ ହଜାର ୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୯୯୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୮୮୫୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି।