ରାଜ୍ୟରେ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର୩୦୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ,ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୧ ହଜାର ୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୬୨୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୬ ହଜାର ୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.