ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ତଳରମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଜିଲ୍ଲାରୁ ସର୍ବାଧିକ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୬ ହଜାର ୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୮୨୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୯୪୭୩୬୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.