ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୭୦୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ, ଖୋର୍ଦ୍ଧାରୁ ୮ ଜଣ, ଅନୁଗୁଳ ଓ କଟକରୁ ୬ ଜଣ, କେନ୍ଦୁଝର ଓ ପୁରୀରୁ ୫ ଜଣ, ବୌଦ୍ଧ ଓ ସମ୍ବଲପୁରରୁ ୪, ଭଦ୍ରକରୁ ୨ ଜଣ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୨ ହଜାର ୫୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୭ ହଜାର ୪୧୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୯ ହଜାର ୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.