ରାଜ୍ୟରେ ଆଉ ୪୮ ଜଣଙ୍କ ଜୀବନ ନେଲା କରୋନା

0

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯ ହଜାର ୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୧ ହଜାର ୪୨୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୪ ହଜାର ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୦୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.