ଭୁବନେଶ୍ୱର : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୬୦୫ ଜଣ ଲୋକାଲ୍ କେସ୍ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା