ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।