ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

0

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୫୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୪୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୬୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୩୬୬ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୪୯୧୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.