ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୭୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୦୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୦୮୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.