ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୦୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୫୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.