ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.