ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୮୬୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦୩୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୧୬୪୫୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.