ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

0

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି , ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୭୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୨୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୨୪୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୦୬୯୬୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.