ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି,୨୪ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୩୭୯ ପଜିଟିଭ

0

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ବିସ୍ଫୋରଣ ହେଲାଣି । ଦୈନିକ ବିପଜ୍ଜନକ ହାରରେ ମାଡ଼ିଚାଲିଛି । ଏମିତି ଦ୍ରୁତ ବେଗରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି, ସବୁକିଛି ହାତରୁ ଖସିଯିବ । ସ୍ଥିତିର ଗମ୍ଭୀର ହେବାରେ ଲାଗିଛି। ଗତ ୨୪ ଘଣ୍ଟା ରାଜ୍ୟରେ ୧୩୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୭୧ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୯ ହଜାର ୫୬୧କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.