ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୫ ହଜାର ୧୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୭୭୧ ଜଣ ଲୋକାଲ୍ କେସ୍ ରହିଛନ୍ତି । ୧୮୯୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୪୫ ହଜାର ୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା