ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ

0

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୭ ହଜାର ୩୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୮୯ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।  ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୭ ହଜାର ୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.