ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୯୭ ହଜାର ୦୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୯୦ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୩୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା