ସବୁ ରବିବାର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର

0

ପୁରୀ – ଏଣିକି ସବୁ ରବିବାର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର।  କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛନ୍ତି । ରବିବାର ମନ୍ଦିରରେ ହେବ ବିଶୋଧନ କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

କରୋନା ସଂକ୍ରମଣକୁ ନେଇ ପୁଣି ଥରେ ଆତଙ୍କ ସୃଷ୍ଟି ହୋଇଛି । ଦୈନିକ ପୁଳା ପୁଳା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍‌ କେସ୍ ବଢ଼ୁଥିବା ଦେଖି ଲୋକେ ଛାନିଆ ହେଲେଣି । ସମସ୍ତଙ୍କ ଛାତି ଧଡ଼ଧଡ୍‌ ହୋଇଛି । ୨୪ ଘଣ୍ଟା ରାଜ୍ୟରେ ୨୨ ଟି ଜିଲ୍ଲାରୁ ୨୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୧୯୪କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୪୦ ହଜାର ୧୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୬୫୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୬ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୨୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Leave A Reply

Your email address will not be published.