ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ

0

ପାଟଣାଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସରମୁହାନ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ,  ରବିବାର ସଂଧ୍ୟା ସମୟରେ ବଲାଙ୍ଗୀର ପଟୁ ଅଟୋ ପାଟଣାଗଡ଼ ଥାନା ଉଲବା ଗାଁକୁ କିଛି ବ୍ୟକ୍ତି ଯାଉଥିଲେ । ଠିକ୍ ଏହି ସମୟରେ ପାଟଣାଗଡ଼ ପଟୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କି ଅଟୋରେ ବସିଥିବା ୩ଜଣ ଝିଟିକି ପଡିଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ତୁରନ୍ତ ଘଟଣାସ୍ଥଳର ଆହତଙ୍କୁ ଉଦ୍ଧାର କରି ପାଟଣାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଉଲବା ଗାଁର ବୋଲି ଜଣାପଡିଛି । ସେହିପରି ଗୁରୁତର ଥିବା ବ୍ୟକ୍ତିଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପାଟଣାଗଡ଼଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

Leave A Reply

Your email address will not be published.