ଶୁକ୍ରବାରଠୁ ମାଟ୍ରିକ ଅଫଲାଇନ୍ ପରୀକ୍ଷା

0

ଭୁବନେଶ୍ୱର, : ଶୁକ୍ରବାରଠୁ ମାଟ୍ରିକ ଅଫଲାଇନ୍ ପରୀକ୍ଷା। ରେଗୁଲାରରେ ୬ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସେହିପରି ମଧ୍ୟମାରେ ୬୧ ଜଣ ଏବଂ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେବେ ୮ ହଜାର ୪ଶହ ୯୩ ଜଣ ପରୀକ୍ଷାର୍ଥୀ । ୧୫ ହଜାର ୧୫୧ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ମୋଟ ୫୦୪ଟି ସେଣ୍ଟର କରାଯାଇଛି । ସେଥିରୁ ରେଗୁଲାର ଛାତ୍ରଛାତ୍ରୀଙ୍କ ପାଇଁ ୨୭୮ଟି ସେଣ୍ଟର ହୋଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି ।

ସକାଳ ୯ଟାରେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ଦଶଟାରେ ପରୀକ୍ଷା ଆରମ୍ଭ ହେଇ ୧୨ଟାରେ ସରିବ। ସବୁ ପରୀକ୍ଷା କେନ୍ଦ୍ରରେପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପହଞ୍ଚି ସାରିଛି । ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କାନିଂ ପରେ ଛାତ୍ରଛାତ୍ରୀ ପରୀକ୍ଷା ହଲକୁ ଯିବେ । ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜରଭର ନିୟୋଜିତ କରାଯାଇଛି ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତେବେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ମନା । କୌଣସି ଶିକ୍ଷକ କିମ୍ବା ଅବଜରଭର ମୋବାଇଲ୍ ନେବା ଉପରେ କଟକଣା ଲାଗୁ କରାଯାଇଛି ।

କରୋନାର ଦ୍ୱିତୀୟ ଲହର ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର । ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି । ଯେଉଁମାନେ ପ୍ରି ବୋର୍ଡ ପରୀକ୍ଷା ଆଦୌ ଦେଇ ନଥିଲେ ସେମାନଙ୍କର ମୂଲ୍ୟାୟନ ନବମ ପରୀକ୍ଷା ଆଧାରରେ କରାଯାଇଥିଲା ।ମାତ୍ର ସରକାରଙ୍କ ମୂଲ୍ୟାୟନ ପଦ୍ଧତିରେ ସନ୍ତୁଷ୍ଟ ହୋଇପାରି ନ ଥିଲେ ବହୁ ଛାତ୍ରଛାତ୍ରୀ।ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ତେଣୁ ଅଫଲାଇନ ପରୀକ୍ଷା ପାଇଁ ସରକାର ଘୋଷଣା କରିଥିଲେ ।

Leave A Reply

Your email address will not be published.