ସ୍ବାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର ଆହତ

0

ଢେଙ୍କାନାଳ : ସ୍ବାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର ଆହତ । ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ ପାରିଖେଦା ଗ୍ରାମରେ ଗତକାଲି ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।

 

ପାରିଖେଦା ହରିଜନ ସାହିର ସନମ ନାଏକ (୨୭) ଉକ୍ତ ଗ୍ରାମର ସୁନନ୍ଦା ନାଏକଙ୍କୁ ଦୁଇ ବର୍ଷ ତଳେ ପ୍ରେମ ବିବାହ କରିଥିଲେ । ଗତକାଲି ରାତିରେ ଉଭୟଙ୍କ ଭିତରେ ଝଗଡ଼ା ହୋଇଥିଲା । ଉତ୍ତେଜିତ ହୋଇ ସନମ ତାଙ୍କ ପତ୍ନୀଙ୍କୁ ଧାରୁଆ କଟୁରୀରେ ଆକ୍ରମଣ କରିଥିଲେ । ଏଥିରେ ପତ୍ନୀ ସୁନନ୍ଦାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆକ୍ରମଣ ପରେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛି । ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Leave A Reply

Your email address will not be published.