ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରେ ତିନି ଦିନ ପୂର୍ବରୁ ନିଖୋଜ ଥିବା ଯୁବକର ମୃତଦେହ ଉଦ୍ଧାର କରାଯାଇଛି।
ପୁଲିସ ସୂତ୍ରରୁ ପ୍ରକାଶ ପୋଡାପଡା ଗ୍ରାମର ରସାନନ୍ଦ ସାହୁଙ୍କ ପୁଅ ସୁଧୀର କୁମାର ସାହୁ(୪୭) ଗତ ତିନିଦିନ ପୂର୍ବରୁ ନିଖୋଜ ଥିଲେ। ଆଜି ସକାଳ ୬ଟାରେ ସୁଧୀରଙ୍କ ମୃତଦେହ ଶନି ମନ୍ଦିର ନିକଟ ପୋଲ ତଳପାଖ ଲଟାବୁଦା ମୂଳେ ସ୍ଥାନୀୟ ଲୋକମାନେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକଙ୍କ ଅଭିଯୋଗରେ ପୁଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ବ୍ୟବଛେଦ କରାଇଥିଲେ।