ଟ୍ରକ କାର ମୁହାଁମୁହିଁ ଧକ୍କା :୨ଜଣଙ୍କ ମୃତ୍ୟୁ

0

ସମ୍ବଲପୁର : ଟ୍ରକ – କାର ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।   ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ୫୫ ନଂ ଜାତୀୟ ରାଜପଥ କୟାକୁଦ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ , ରାଉରକେଲା ଛେଣ୍ଡ ଅଞ୍ଚଳର ୪ଜଣ ଏକ ବ୍ରିଜା କାର (ଓଡ଼ି ୦୨ ଏକ୍ୟୁ ୭୦୪୯)ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲେ । ଠିକ୍‌ ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ(କେଏ ୨୫ ବି ୮୫୦୧) ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଖବର ପାଇ ଯୁଯୁମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଯୁଯୁମୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ ।ସେହିପରି ଦୁର୍ଘଟଣାରେ ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପରିଚୟ ମିଳି ପାରିନାହିଁ ।ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି ।

Leave A Reply

Your email address will not be published.